Skip to content
GitLab
Projects
Groups
Snippets
Help
Loading...
Help
Help
Support
Community forum
Keyboard shortcuts
?
Submit feedback
Sign in / Register
Toggle navigation
H
HIMANGY Corpora
Project overview
Project overview
Details
Activity
Releases
Repository
Repository
Files
Commits
Branches
Tags
Contributors
Graph
Compare
Issues
0
Issues
0
List
Boards
Labels
Service Desk
Milestones
Merge Requests
0
Merge Requests
0
CI / CD
CI / CD
Pipelines
Jobs
Schedules
Operations
Operations
Environments
Packages & Registries
Packages & Registries
Package Registry
Analytics
Analytics
CI / CD
Repository
Value Stream
Wiki
Wiki
Snippets
Snippets
Members
Members
Collapse sidebar
Close sidebar
Activity
Graph
Create a new issue
Jobs
Commits
Issue Boards
Open sidebar
Anuradha Sharma
HIMANGY Corpora
Commits
36faeb10
Commit
36faeb10
authored
Sep 17, 2022
by
Nayan Ranjan Paul
Browse files
Options
Browse Files
Download
Email Patches
Plain Diff
Upload New File
parent
0fca9406
Changes
1
Hide whitespace changes
Inline
Side-by-side
Showing
1 changed file
with
69 additions
and
0 deletions
+69
-0
Data Collected/Odia/IIIT-BH/Monolingual-corpora/odiasahitya.com/sent_odiasahitya_galpa_41
...lingual-corpora/odiasahitya.com/sent_odiasahitya_galpa_41
+69
-0
No files found.
Data Collected/Odia/IIIT-BH/Monolingual-corpora/odiasahitya.com/sent_odiasahitya_galpa_41
0 → 100644
View file @
36faeb10
ଗୋଟେ ସମୟ ଥିଲା
ତା: ଫେବୃଆରୀ ୧୬, ୨୦୧୧
ମୂଳ ପୃଷ୍ଠା → ଗଳ୍ପ → ବ୍ୟଙ୍ଗ →
ସମୟ କେତେ ଜିନିଷ ବଦଳେଇ ଦିଏ ।
ଗୋଟିଏ ସମୟରେ ଯାହା ଅତି ମୂଲ୍ୟବାନ୍ ମନେ ହେଉଥିଲା, ଆଜି ତାହା ସାଧାରଣ ହୋଇଗଲାଣି ।
ପୁଣି ଗୋଟେ ସମୟରେ ଯାହା ନିହାତି ସାଧାରଣ ମନେ ହେଉଥିଲା, ଆଜି ତାହାହିଁ ମନେ ହୁଏ ଅତି ମୂଲ୍ୟବାନ୍ ।
ସତୁରୀ ଦଶକର ମଝାମଝିରେ ମୁଁ ସ୍କୁଲ ଡେଇଁ କଲେଜ ଗଲି ।
ଆମ ଭିତରୁ ଅଧିକାଂଶଙ୍କର ସେତେବେଳେ ହାତଘଣ୍ଟା ନଥିଲା ।
ପରୀକ୍ଷା ଦିନମାନଙ୍କରେ ବାପାଙ୍କ ଘଣ୍ଟା ମାଗି ପିନ୍ଧୁଥିଲୁ ।
ଆମର ଜଣେ ସାଙ୍ଗ ଗେଲୁ ଦିନେ ଗୋଟିଏ ହାତବନ୍ଧା ଘଣ୍ଟା ଆଣି ଦେଖେଇଲା ।
ସେମିତି ଘଣ୍ଟା ଆମେ ଆଗରୁ ଦେଖି ନଥିଲୁ ।
ସେଥିରେ ଟିକ୍ ଟିକ୍ କରି ଚାଲୁଥିବା ମିନିଟ୍ କଣ୍ଟା, ସେକେଣ୍ଡ କଣ୍ଟା ନଥିଲା ।
ସମୟ ପୁରା ଜଳ ଜଳ ହୋଇ ଦିଶୁଥିଲା ଅକ୍ଷରରେ ।
ସୁଇଚ୍ ଟିପିଦେଲେ ପୁଣି ଲାଇଟ୍ ଜଳୁଥିଲା ସେ ଘଣ୍ଟା ଭିତରେ ।
ଆମେ ଘଣ୍ଟା ଦେଖି ଟେରା ।
ଗେଲୁ କହିଲା, ଜାଣିଛୁ ଏଥିରେ ଆଲାର୍ମ ବି ଅଛି ।
ଆମେ ଆହୁରି ଟେରା ।
ଗେଲୁ କହିଲା, ଏ ଘଣ୍ଟାଟା ମୋ ଭାଇ ପଠେଇଛି ଆମେରିକାରୁ ।
ଗେଲୁର ଭାଇ ଆମେରିକାରେ ରହୁଥିଲେ ।
ସେଠି ସେ କେଉଁ ବିଶ୍ବବିଦ୍ୟାଳୟରେ ଅଧ୍ୟାପକ ।
ଆମ ସହରର ଗର୍ବ ଓ ଗୌରବ ।
ଆମ ସହରରେ ତାଙ୍କ ପୂର୍ବରୁ କେହି ବିଦେଶ ଯାଇ ନ ଥିଲେ ।
ସେତେବେଳେ ବିଦେଶ ଯାଉଥିବା ଲୋକ ଥିଲେ ହାତଗଣତି ।
-ଜାଣିଛୁ ୟାର ଦାମ୍ କେତେ ? ଗେଲୁ ଆମକୁ ପଚାରିଲା ।
-କେତେ ?
-୫୦ ଡଲାର ।
ଗୋଟିଏ ଡଲାର ସେତେବେଳେ ୧୫ ଟଙ୍କା ।
ଆମେ ଘଡି ଦାମ୍ ଶୁଣି ଥମ୍ ମାରି ରହିଗଲୁ ।
ଗେଲୁ ସେ ଘଡିରେ ଆମକୁ ହାତ ମରେଇ ଦେଉ ନଥିଲା ।
ଆମେ ଏ ଘଡି ପାଇଁ ତାକୁ ଇର୍ଷା କରୁଥିଲୁ ।
ଆମ କଲେଜରେ ସବୁ ଝିଅମାନେ ସେ ଘଣ୍ଟା ଦେଖିବାକୁ, ସମ୍ଭବ ହେଲେ ଛୁଇଁ ଦେଖିବାକୁ ବ୍ୟାକୁଳ ଥିଲେ ।
ଘଣ୍ଟା ପାଇଁ ଗେଲୁ ଭାରି ହିରୋ ହୋଇଗଲା ।
ଏବେ ମୋ ଛ’ ବର୍ଷର ପୁଅ ସେମିତି ଘଡି ପିନ୍ଧି ଚାରିଟାବେଳେ କ୍ରିକେଟ ଖେଳିବାକୁ ଯାଏ ।
ଢେଙ୍କାନାଳର ଲକ୍ଷ୍ମୀପୂଜାମେଳାରେ କୋଡିଏ ଟଙ୍କାରେ ମୁଁ ତାକୁ ସେ ଘଣ୍ଟାଟା କିଣି ଦେଇଛି ।
ଶୁଣିଛି ଦିଲ୍ଲୀର ସଦରବଜାରରେ କୁଆଡେ ଓଜନ ଦରରେ ଏମିତି ଘଡି ମିଳୁଛି ।
ଆମ ସମୟରେ (ସେତେ ପୁରୁଣାବି ନୁହେଁ, ମୁଁ ୭୦-୮୦ ଦଶକ କଥା କହୁଛି) ଟେଲିଫୋନ ଗୋଟେ କରିବାକୁ ଗଲେ ନାନା ଝାମେଲା ।
ଟ୍ରଙ୍କକଲ୍ଟିଏ ବୁକ୍ କରିଥିବ ତ ବସିଥା ।
ଦି ଘଣ୍ଟା ତିନି ଘଣ୍ଟା ।
ଭଦ୍ରକରୁ କଟକ କଥା ହେବାକୁ ଗଲେ ଚାତକ ଭଳି ଚାହିଁ ବସିଥା ।
ଟେଲିଫୋନ୍ ଯାହା ଘରେ ଥିଲା ସେ ଭାରି ବଡଲୋକରେ ଗଣା ହେଉଥିଲା ।
ଏବେ ଆମ ଧୋବା କହୁଛି ମୋ ଟେଲିଫୋନ୍ ନମ୍ବରଟା ରଖନ୍ତୁ ।
ଘରେ ମଇଳା କପଡା ଅଧିକ ହୋଇଗଲେ ମୋତେ ଖବର ଦେଇଦେବେ ।
ଆସିଯିବି ।
ତୁଛାରେ କାହିଁକି ପ୍ରତି ଦି’ ଦିନ ଛାଡି ଆସୁଥିବି ।
ଆମ ଛକମୁଣ୍ଡରେ ଯେତେଟି ଅଟୋବାଲା ବସିଥାନ୍ତି, ସେମାନେ ସମସ୍ତଙ୍କ ପକେଟରେ ମୋବାଇଲ ଫୋନ୍ ।
ଗୋଟିଏ ସମୟ ଥିଲା ବଜାଜ ସ୍କୁଟରଟିଏ କିଣିବାକୁ ଗଲେ ପାଞ୍ଚବର୍ଷ ଅପେକ୍ଷା କରିବାକୁ ପଡୁଥିଲା ।
ଭେସ୍ପା ସ୍କୁଟର କିଣିବାର ଫର୍ମ ବ୍ଲାକରେ ବିକ୍ରି ହେଉଥିଲା ।
ଆଜି ଆପଣ ସ୍କୁଟର ମୋଟର ସାଇକେଲ କିଣିବେ ବୋଲି କହିଲେ କମ୍ପାନିବାଲା ଆପଣଙ୍କ ଘରେ ଆସି ଦେଇଯିବେ ।
ଟଙ୍କା ନଥିଲେ ଋଣ ଦେଇ, ଜ୍ବାଇଁ ଆଦରରେ ଗାଡି ଆଣି ଘରେ ଦେଇଯିବେ ।
ଗୋଟିଏ ସମୟଥିଲା ମାଗୁର ମାଛର ଦାମ୍ ରୋହି, ମିରିକାଳିଠୁଁ କମ୍ ଥିଲା ।
କୁକୁଡା ମାଂସର ଦାମ୍ ଖାସି ମାଂସର ଡବଲ ଥିଲା ।
ଆତ ଥିଲା ଶସ୍ତା ଆଉ ଆପେଲ ମହଙ୍ଗା ।
ଏବେ ଅବସ୍ଥା ଠିକ୍ ଓଲଟା ।
ଗୋଟିଏ ସମୟ ଥିଲା, ଶିକ୍ଷକମାନେ କ୍ଲାସରେ ଆସିଲେ ଛାତ୍ରମାନେ ଠିଆ ହେଉଥିଲେ ।
ବାଟରେ ଶିକ୍ଷକଙ୍କୁ ଦେଖିଲେ ସିଗାରେଟ୍ ଲୁଚାଉଥିଲେ ।
ଏବେ ସେ ସବୁ ଆଉ ପ୍ରାୟ ନାହିଁ ।
ଛାତ୍ର ଶିକ୍ଷକ ଦୋସ୍ତ ହେଲେଣି ।
ସାଙ୍ଗରେ ସିଗାରେଟ୍ ଆଉ କ’ଣ କ’ଣ ଖାଉଛନ୍ତି ।
ଗୋଟିଏ ସମୟ ଥିଲା ଯେତେବେଳେ ପ୍ରେମ କରିବାଟା ଭାରି ସାହାସର କାମ ବୋଲି ଗଣ୍ୟ ହେଉଥିଲା ।
ପ୍ରେମିକ ପ୍ରେମିକା ପରସ୍ପରକୁ ଲମ୍ବା ଲମ୍ବା ଚିଠିସବୁ ଲେଖୁଥିଲେ ।
ପ୍ରେମ ଚିଠି ଲେଖିବାଟା ଗୋଟିଏ କଳା ଥିଲା ।
ସେ ଚିଠିକୁ ପୁଣି ସେମାନେ ଡାକ ଜରିଆରେ ପରସ୍ପର ପାଖକୁ ପଠାଉଥିଲେ ।
ପ୍ରତିଦିନ ଡାକବାଲାକୁ ଚାତକ ଭଳି ଚାହିଁ ରହୁଥିଲେ ।
ଏବର ଇ-ମେଲ, ଏସ୍ଏମ୍ଏସ୍, ଏମ୍ଏମ୍ଏସ୍ ଯୁଗରେ ଏସବୁ ଗଳ୍ପଭଳି ଲାଗିବ ।
ଗୋଟିଏ ସମୟ ଥିଲା ଯେତେବେଳେ ବାହାଘର ଆଗରୁ ଡିଭୋର୍ସର କଥା ହେଉ ନଥିଲା ।
ଦୁର୍ନୀତି କରି ଧରା ପଡିଲେ ସମାଜରେ ଭାରି ବଦନାମ ହେଉଥିଲା ।
ଗୋଟିଏ ସମୟ ଥିଲା ଯେତେବେଳେ ପୃଥିବୀଟା ଆଉ ଟିକେ ବେଶୀ ସବୁଜ ଓ କୋଳାହଳମୟ ଥିଲା ।
ସେ ସମୟଟା ଭଲ ଥିଲା କି ଆଜିର ସମୟଟା ଭଲ କହି ପାରିବିନି ।
ତେବେ ଏମିତି ଗୋଟେ ସମୟ ଥିଲା ।
Write
Preview
Markdown
is supported
0%
Try again
or
attach a new file
Attach a file
Cancel
You are about to add
0
people
to the discussion. Proceed with caution.
Finish editing this message first!
Cancel
Please
register
or
sign in
to comment