Commit 71911034 authored by Nayan Ranjan Paul's avatar Nayan Ranjan Paul

Upload New File

parent eaeb4478
ଚାକୁଣ୍ଡା ବୁଣିଲେ ଉଠଇ ନାହିଁ
ଯଦୁମଣି ମହାପାତ୍ର
ତା: ଜାନୁଆରୀ ୨୧, ୨୦୧୬
ମୂଳ ପୃଷ୍ଠା → ସ୍ମରଣୀୟ ଲେଖା → ଗଳ୍ପ →
ରାଜା ବିନାୟକ ଯଦୁମଣିଙ୍କୁ ଜମି ଖଣ୍ଡିଏ ନିଷ୍କରରେ ଦେବାକୁ ରାଜ କଚେରିର ବେବର୍ତ୍ତା ପଟ୍ଟନାୟକଙ୍କୁ ଆଦେଶ ଦେଲେ ।
ଦିନ ପରେ ଦିନ ଅତିବାହିତ ହେଲା ।
ଯଦୁମଣି ଜମି ପାଇବା ଲାଳସାରେ ବେବର୍ତ୍ତାଙ୍କୁ ପାଞ୍ଚ ଦଶଥର ଜଣାଇଲେ ।
ଏପରି ଭାବରେ ବର୍ଷଟିଏ ଚାଲିଗଲା ।
ଶେଷକୁ ସେ ରାଜାଙ୍କୁ ଜଣେଇବେ ବୋଲି କହିବାରୁ ବେବର୍ତ୍ତା ଅତି ନିକୃଷ୍ଟ ଢ଼ିପ ଜମି ଖଣ୍ଡିଏ ଲେଖିଦେଲେ ।
ଜମି ଦେଖିବାକୁ ଯାଇ ଯଦୁମଣି ହତାଶ ହୋଇ ଫେରିଲେ ।
ଯେଉଁ ଜମି ତାଙ୍କୁ ଦିଆଯାଇଥିଲା, ତାହା ବହୁକାଳରୁ ପତିତ ହୋଇ ପଡ଼ିଥିଲା ।
ସେଥିରେ କୋଡ଼ିଏ ପଚିଶ ବର୍ଷ ଧରି କେହି ଫସଲ କରି ନଥିଲେ ।
ବହୁକାଳ ପୂର୍ବେ କନ୍ଧ କେତେ ଘର, ତାହା ଫସଲ ଲାଗି ତିଆରି କରି ଫସଲ ନ ହେବାରୁ ଛାଡ଼ି ପଳାଇଥିଲେ ।
ଯଦୁମଣି ଗୋଟାଏ କିଏ ? ତାକୁ ପୁଣି ଜମି ନିଷ୍କର ଜାଗିରରେ ଦିଆଯିବ, ଏହା ବେବର୍ତ୍ତା ପଟ୍ଟନାୟକ ଏକା କୁହନ୍ତି, ରାଜକର୍ମଚାରୀ କେହି ଜଣେ ହେଲେ ସହିପାରିଲେ ନାହିଁ ।
ତେଣୁ ‘ସାପ ନ ମରୁ ବାଡ଼ି ନ ଭାଙ୍ଗୁ’ ରୀତିରେ ତାଙ୍କୁ ଜମି ଖଣ୍ଡିକର ଲେଖା ଦିଆଗଲା ।
ଦାରିଦ୍ର୍ୟ ନିପୀଡ଼ିତ ଯଦୁମଣି ସେ ଜମି ବା ନେଇ କ’ଣ କରିବେ ? ତେଣୁ ସେ ଏକାନ୍ତ ଅସନ୍ତୁଷ୍ଟ ହୋଇ ରାଜାଙ୍କୁ ଲେଖି ଗୋଟିଏ କବିତାରେ ଜଣେଇଲେ :
ଦେଉ ଆଜ୍ଞା ହେଲେ ହରଷେ
କରଣ ତା’ କଲେ ବରଷେ
ବାଛି ବାଛି କରି ଦେଲେ ପଡ଼ିଆ
ଶ୍ରାବଣ ମାସରେ ଭାଙ୍ଗେ ନଡ଼ିଆ
ଏମନ୍ତ ସେ ଭୂଇଁ
ଚାକୁଣ୍ଡା ବୁଣିଲେ ଉଠଇ ନାହିଁ ।
ରାଜା ଏ କବିତା ପାଠକରି କ୍ରୋଧରେ ଅଜ୍ଞାନ ହୋଇ ବେବର୍ତ୍ତାଙ୍କୁ ଡକାଇ ତିରସ୍କାର କରିବାରୁ, ତୁରନ୍ତ ଉତ୍କୃଷ୍ଟ ବାହଲମଡ଼ା ଭୂସମ୍ପତ୍ତି ଖଣ୍ଡିଏ ଉକ୍ତ ଡିପ ଜମି ବଦଳରେ ତାଙ୍କୁ ଦିଆଗଲା ।
ବେବର୍ତ୍ତା ଏହା ଫଳରେ ଦୀର୍ଘ ତିନି ମାସ ଧରି ଛାମୁଁ ମନା ହୋଇ ରହିଲେ ।
Markdown is supported
0% or
You are about to add 0 people to the discussion. Proceed with caution.
Finish editing this message first!
Please register or to comment