Skip to content
GitLab
Projects
Groups
Snippets
Help
Loading...
Help
Help
Support
Community forum
Keyboard shortcuts
?
Submit feedback
Sign in / Register
Toggle navigation
H
HIMANGY Corpora
Project overview
Project overview
Details
Activity
Releases
Repository
Repository
Files
Commits
Branches
Tags
Contributors
Graph
Compare
Issues
0
Issues
0
List
Boards
Labels
Service Desk
Milestones
Merge Requests
0
Merge Requests
0
CI / CD
CI / CD
Pipelines
Jobs
Schedules
Operations
Operations
Environments
Packages & Registries
Packages & Registries
Package Registry
Analytics
Analytics
CI / CD
Repository
Value Stream
Wiki
Wiki
Snippets
Snippets
Members
Members
Collapse sidebar
Close sidebar
Activity
Graph
Create a new issue
Jobs
Commits
Issue Boards
Open sidebar
Gurpreet Singh Josan
HIMANGY Corpora
Commits
7b95ae34
Commit
7b95ae34
authored
2 years ago
by
Nayan Ranjan Paul
Browse files
Options
Browse Files
Download
Email Patches
Plain Diff
Upload New File
parent
b6d035ab
Changes
1
Hide whitespace changes
Inline
Side-by-side
Showing
1 changed file
with
25 additions
and
0 deletions
+25
-0
Data Collected/Odia/IIIT-BH/Monolingual-corpora/odiasahitya.com/sent_odiasahitya_galpa_33
...lingual-corpora/odiasahitya.com/sent_odiasahitya_galpa_33
+25
-0
No files found.
Data Collected/Odia/IIIT-BH/Monolingual-corpora/odiasahitya.com/sent_odiasahitya_galpa_33
0 → 100644
View file @
7b95ae34
ଲିଙ୍ଗରାଜ ଏବଂ ଓଡ଼ିଶାରେ ଅଶୋକାଷ୍ଟମୀ
ତା: ଏପ୍ରିଲ୍ ୧୮, ୨୦୧୩
ମୂଳ ପୃଷ୍ଠା → ପୌରାଣିକ ଓ କିମ୍ବଦନ୍ତୀ →
ଏକ୍ରାମ କ୍ଷେତ୍ରର ଅଧୀଶ୍ବର ପ୍ରଭୁ ଲିଙ୍ଗରାଜଙ୍କର ଚତୁର୍ଦ୍ଦଶ ଯାତ୍ରା ମଧ୍ୟରୁ ଅଶୋକାଷ୍ଟମୀ ଅନ୍ୟତମ ।
ଚୈତ୍ର ମାସ ଶୁକ୍ଳପକ୍ଷ ପୁନର୍ବସୁ ନକ୍ଷତ୍ରଯୁକ୍ତ ଅଷ୍ଟମୀ ତିଥିରେ ଅନୁଷ୍ଠିତ ହେଉଥିବା ପ୍ରଭୁ ଲିଙ୍ଗରାଜଙ୍କର ରଥଯାତ୍ରା ଉତ୍ସବରେ ପ୍ରଭୁଙ୍କୁ ଅଶୋକ ଫୁଲର କଢ଼ି ସମର୍ପଣ କରାଯାଉଥିବା ହେତୁ ଏହାକୁ ଅଶୋକାଷ୍ଟମୀ କୁହାଯାଏ ।
ପୁରାଣ ଅନୁଯାୟୀ, ରାବଣଦ୍ବାରା ଅପହୃତା ମାତା ସୀତା ଅଶୋକ ବନରେ ଥିବା ସମୟରେ ପୁନର୍ବସୁ ନକ୍ଷତ୍ରଯୁକ୍ତ ଏହି ଅଷ୍ଟମୀ ତିଥିରେ ପ୍ରଭୁ ରାମଙ୍କ ସହିତ ପୁନର୍ମିଳନ ପାଇଁ ସେ ଅଶୋକ କଢ଼ି ଦ୍ବାରା ଶିବ ଆରାଧନା କରିଥିଲେ ।
ସେହି ପରମ୍ପରା ଅନୁଯାୟୀ ନିଜର ଏବଂ ନିଜ ପରିବାରର ଦୁଃଖ ଦୁର୍ଦ୍ଦଶା ଦୂରୀକରଣ ପୂର୍ବକ ଶାନ୍ତି ଓ ସମୃଦ୍ଧି ପ୍ରାପ୍ତି ପାଇଁ ଏହି ଦିନ ହିନ୍ଦୁ ନାରୀମାନେ ବ୍ରତ ପାଳନ ପୂର୍ବକ ଆଠଗୋଟି ଅଶୋକ କଢି ଶିବଙ୍କୁ ସମର୍ପଣ କରି ନିଜର ଉପବାସ ଭଙ୍ଗ କରିଥାନ୍ତି ।
ଅନ୍ୟ ଏକ ମତ ଅନୁଯାୟୀ, ରାବଣକୁ ମାରି ବ୍ରହ୍ମହତ୍ୟା ପାପ ଅର୍ଜନ କରିଥିବା ହେତୁ କୁଳଗୁରୁ ବଶିଷ୍ଠଙ୍କ ପରାମର୍ଶକ୍ରମେ ଭଗବାନ ରାମଚନ୍ଦ୍ର ସପରିବାର ଏକାମ୍ର ବନକୁ ଆସି ପ୍ରଭୁ ଲିଙ୍ଗରାଜଙ୍କର ପୂଜା ଅର୍ଚ୍ଚନା କରିଥିଲେ ।
ଏଥିରେ ଲିଙ୍ଗରାଜ ସନ୍ତୁଷ୍ଟ ହୋଇ ରାମେଶ୍ବରଠାରେ ମନ୍ଦିର ପ୍ରତିଷ୍ଠା ପୂର୍ବକ ପୂଜା ଅର୍ଚ୍ଚନା କରିବାକୁ ରାମଚନ୍ଦ୍ରଙ୍କୁ କହିଥିଲେ ଏବଂ ବର ଯାଚନା କରିଥିଲେ ।
ପ୍ରତ୍ୟେକ ବର୍ଷ ଚୈତ୍ର ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥିରେ ରାମେଶ୍ବର ପୀଠକୁ ଆସି ପୂଜା ଗ୍ରହଣ କରିବା ପାଇଁ ରାମଚନ୍ଦ୍ରଙ୍କ ଅନୁରୋଧ ରକ୍ଷା କରିବାକୁ ବଚନବଦ୍ଧ ହୋଇଥିବାରୁ, ପ୍ରଭୁ ଲିଙ୍ଗରାଜ ଏହିଦିନ ରଥଯାତ୍ରାରେ ରାମେଶ୍ବର ମନ୍ଦିର ଆସି ପୁରୁଷୋତ୍ତମ ରାମଚନ୍ଦ୍ର ଓ ତାଙ୍କ ଭାଇମାନଙ୍କ ପୂଜା ଆତିଥ୍ୟ ଗ୍ରହଣ କରିଥାନ୍ତି ।
ଲିଙ୍ଗରାଜ ମହାପ୍ରଭୁଙ୍କର ଚଳନ୍ତି ପ୍ରତିମା ଚନ୍ଦ୍ରଶେଖରଙ୍କ ସହିତ ବାସୁଦେବ ଓ ଲକ୍ଷ୍ମୀରୂପୀ ରୁକ୍ମିଣୀ ରଥଯାତ୍ରାରେ ଯାଉଥିବା ହେତୁ ରୁକ୍ମିଣୀଙ୍କ ନାମରେ ଏହି ରଥକୁ ରୁକୁଣା ରଥ କୁହାଯାଏ ।
ଓଡ଼ିଶାର ଗେଜେଟିଅରର୍ସ-ପୁରୀ (୧୯୭୭ ମସିହା) ତଥ୍ୟାନୁଯାୟୀ ବସନ୍ତ ପଞ୍ଚମୀ ଦିନ ମନ୍ଦିରର ବାଉରୀ ସେବାକୁ ନୂତନ ବସ୍ତ୍ର ଦେଇ ରଥକାଠ ସଂଗ୍ରହ କରିବାକୁ ବରଣ କରାଯାଏ ।
ସେମାନେ ଶିବରାତ୍ରିର ଆଠ ଦିନ ପୂର୍ବରୁ ଜଙ୍ଗଲକୁ ଯାଇ ସେଠାରେ ରଥକାଠ ଚୟନ ପୂର୍ବକ ପୂଜାର୍ଚ୍ଚନା କରି ମନ୍ଦିରକୁ ଆଣନ୍ତି ଏବଂ ଶିବରାତ୍ରି ପରେ ରଥ କାମ ଆରମ୍ଭ ହୁଏ ।
ଏହି ରଥ ଚାରିଚକ ବିଶିଷ୍ଟ ହୋଇଥିବାବେଳେ ଏହାର ଉଚ୍ଚତା ୩୫ ଫୁଟ ହୋଇଥାଏ ।
ରଥ ଉପରିସ୍ଥ ପତାକାରେ ଅର୍ଦ୍ଧଚନ୍ଦ୍ର ଚିହ୍ନ ଅଙ୍କିତ ହୋଇଥାଏ ।
ରଥର ଚାରିପାର୍ଶ୍ବରେ ସୂର୍ଯ୍ୟ, ବରୁଣ, ଅଗ୍ନି, ଇନ୍ଦ୍ର, ଦୁର୍ଗା, ଶିବ, ଯମ ଓ କାର୍ତ୍ତିକେୟଙ୍କ ମୂର୍ତ୍ତି କାଠରେ ଖୋଦିତ ହୋଇଥାଏ ।
ରଥଯାତ୍ରା ପୂର୍ବ ଦିନ ପୁରୀରୁ ନିମନ୍ତ୍ରିତ ହୋଇ ଆସିଥିବା କ୍ଷେତ୍ରବାସୀ ବ୍ରାହ୍ମଣଙ୍କ ଦ୍ବାରା ରଥ ମାର୍ଜନା ଓ ପବିତ୍ରକରଣ କରାଯିବା ପରେ ରଥ ଶୀର୍ଷରେ ପତାକା ଖଞ୍ଜାଯାଇଥାଏ ।
ଏହାକୁ ନେତ ଉତ୍ସବ କୁହାଯାଏ ।
ଏକାମ୍ର ପୁରାଣ ଅନୁଯାୟୀ, ଏହି ନେତ ଉତ୍ସବ ରାତିରେ କୌଣସି ବନ୍ଧ୍ୟାନାରୀ ମୁକ୍ତେଶ୍ବର ମନ୍ଦିରର ମରିଚିକୁଣ୍ଡରେ ଉଲଗ୍ନ ହୋଇ ସ୍ନାନ କଲେ ପୁତ୍ର ସନ୍ତାନ ପ୍ରାପ୍ତି ହୋଇଥାଏ ।
ଅଶୋକାଷ୍ଟମୀ ଦିନ ପ୍ରାତଃ କାଳରେ ପ୍ରଥମେ ମନ୍ଦିରର ମଙ୍ଗଳ ଆଳତୀ, ସାହାଣ ମେଲା, ମହାସ୍ନାନ ଓ ଅନ୍ୟପୂଜା ଆଦି ସମାପନ ପରେ ପ୍ରଥମେ ରୁକୁଣାରଥକୁ ପୂଜା କରାଯାଏ ।
ରଥର ମଝିରେ ରୁକ୍ମିଣୀ, ଡାହାଣ ପାର୍ଶ୍ବରେ ଚନ୍ଦ୍ରଶେଖର ଏବଂ ବାମ ପାର୍ଶ୍ବରେ ବାସୁଦେବ ବିରାଜମାନ ହୁଅନ୍ତି ।
ଏହାପରେ ରଥଟଣା ଆରମ୍ଭ ହୋଇଥାଏ ।
ରଥଟଣା ସରିବା ପରେ ରଥ ଯାଇ ମାଉସୀମା’ ଛକ ନିକଟରେ ଥିବା ରାମେଶ୍ବର ମନ୍ଦିରରେ ରହେ ।
ପ୍ରଭୁ ଲିଙ୍ଗରାଜ ସେଠାରେ ପାଞ୍ଚ ଦିନ ରହି ପୁନର୍ବାର ନିଜ ମନ୍ଦିରକୁ ବାହୁଡି ଆସନ୍ତି ।
ଅଶୋକାଷ୍ଟମୀ ଉତ୍ସବ ଭୁବନେଶ୍ବର ସମେତ ନିରାକାରପୁର ନିକଟସ୍ଥ ଡିଆ ଗ୍ରାମର ଅଧୀଶ୍ବର କପିଳେଶ୍ବର ଓ ପୁରୀ ଜିଲ୍ଲାର ଷୋଳଶାସନ ଅର୍ନ୍ତଗତ ରାୟ ଚକ୍ରଧରପୁରର ନୀଳକଣ୍ଠେଶ୍ବର ଦେବଙ୍କ ଉଦ୍ଦେଶ୍ୟରେ ମଧ୍ୟ ପାଳିତ ହୁଏ ।
This diff is collapsed.
Click to expand it.
Write
Preview
Markdown
is supported
0%
Try again
or
attach a new file
Attach a file
Cancel
You are about to add
0
people
to the discussion. Proceed with caution.
Finish editing this message first!
Cancel
Please
register
or
sign in
to comment