diff --git a/Data Collected/Odia/IIIT-BH/Monolingual-corpora/odiasahitya.com/sent_odiasahitya_galpa_33 b/Data Collected/Odia/IIIT-BH/Monolingual-corpora/odiasahitya.com/sent_odiasahitya_galpa_33 new file mode 100644 index 0000000000000000000000000000000000000000..372b9d9fc0227ee8214bac694ceb9f6f815d4d02 --- /dev/null +++ b/Data Collected/Odia/IIIT-BH/Monolingual-corpora/odiasahitya.com/sent_odiasahitya_galpa_33 @@ -0,0 +1,25 @@ +ଲିଙ୍ଗରାଜ ଏବଂ ଓଡ଼ିଶାରେ ଅଶୋକାଷ୍ଟମୀ +ତା: ଏପ୍ରିଲ୍ ୧୮, ୨୦୧୩ +ମୂଳ ପୃଷ୍ଠା → ପୌରାଣିକ ଓ କିମ୍ବଦନ୍ତୀ → +ଏକ୍ରାମ କ୍ଷେତ୍ରର ଅଧୀଶ୍ବର ପ୍ରଭୁ ଲିଙ୍ଗରାଜଙ୍କର ଚତୁର୍ଦ୍ଦଶ ଯାତ୍ରା ମଧ୍ୟରୁ ଅଶୋକାଷ୍ଟମୀ ଅନ୍ୟତମ । +ଚୈତ୍ର ମାସ ଶୁକ୍ଳପକ୍ଷ ପୁନର୍ବସୁ ନକ୍ଷତ୍ରଯୁକ୍ତ ଅଷ୍ଟମୀ ତିଥିରେ ଅନୁଷ୍ଠିତ ହେଉଥିବା ପ୍ରଭୁ ଲିଙ୍ଗରାଜଙ୍କର ରଥଯାତ୍ରା ଉତ୍ସବରେ ପ୍ରଭୁଙ୍କୁ ଅଶୋକ ଫୁଲର କଢ଼ି ସମର୍ପଣ କରାଯାଉଥିବା ହେତୁ ଏହାକୁ ଅଶୋକାଷ୍ଟମୀ କୁହାଯାଏ । +ପୁରାଣ ଅନୁଯାୟୀ, ରାବଣଦ୍ବାରା ଅପହୃତା ମାତା ସୀତା ଅଶୋକ ବନରେ ଥିବା ସମୟରେ ପୁନର୍ବସୁ ନକ୍ଷତ୍ରଯୁକ୍ତ ଏହି ଅଷ୍ଟମୀ ତିଥିରେ ପ୍ରଭୁ ରାମଙ୍କ ସହିତ ପୁନର୍ମିଳନ ପାଇଁ ସେ ଅଶୋକ କଢ଼ି ଦ୍ବାରା ଶିବ ଆରାଧନା କରିଥିଲେ । +ସେହି ପରମ୍ପରା ଅନୁଯାୟୀ ନିଜର ଏବଂ ନିଜ ପରିବାରର ଦୁଃଖ ଦୁର୍ଦ୍ଦଶା ଦୂରୀକରଣ ପୂର୍ବକ ଶାନ୍ତି ଓ ସମୃଦ୍ଧି ପ୍ରାପ୍ତି ପାଇଁ ଏହି ଦିନ ହିନ୍ଦୁ ନାରୀମାନେ ବ୍ରତ ପାଳନ ପୂର୍ବକ ଆଠଗୋଟି ଅଶୋକ କଢି ଶିବଙ୍କୁ ସମର୍ପଣ କରି ନିଜର ଉପବାସ ଭଙ୍ଗ କରିଥାନ୍ତି । +ଅନ୍ୟ ଏକ ମତ ଅନୁଯାୟୀ, ରାବଣକୁ ମାରି ବ୍ରହ୍ମହତ୍ୟା ପାପ ଅର୍ଜନ କରିଥିବା ହେତୁ କୁଳଗୁରୁ ବଶିଷ୍ଠଙ୍କ ପରାମର୍ଶକ୍ରମେ ଭଗବାନ ରାମଚନ୍ଦ୍ର ସପରିବାର ଏକାମ୍ର ବନକୁ ଆସି ପ୍ରଭୁ ଲିଙ୍ଗରାଜଙ୍କର ପୂଜା ଅର୍ଚ୍ଚନା କରିଥିଲେ । +ଏଥିରେ ଲିଙ୍ଗରାଜ ସନ୍ତୁଷ୍ଟ ହୋଇ ରାମେଶ୍ବରଠାରେ ମନ୍ଦିର ପ୍ରତିଷ୍ଠା ପୂର୍ବକ ପୂଜା ଅର୍ଚ୍ଚନା କରିବାକୁ ରାମଚନ୍ଦ୍ରଙ୍କୁ କହିଥିଲେ ଏବଂ ବର ଯାଚନା କରିଥିଲେ । +ପ୍ରତ୍ୟେକ ବର୍ଷ ଚୈତ୍ର ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥିରେ ରାମେଶ୍ବର ପୀଠକୁ ଆସି ପୂଜା ଗ୍ରହଣ କରିବା ପାଇଁ ରାମଚନ୍ଦ୍ରଙ୍କ ଅନୁରୋଧ ରକ୍ଷା କରିବାକୁ ବଚନବଦ୍ଧ ହୋଇଥିବାରୁ, ପ୍ରଭୁ ଲିଙ୍ଗରାଜ ଏହିଦିନ ରଥଯାତ୍ରାରେ ରାମେଶ୍ବର ମନ୍ଦିର ଆସି ପୁରୁଷୋତ୍ତମ ରାମଚନ୍ଦ୍ର ଓ ତାଙ୍କ ଭାଇମାନଙ୍କ ପୂଜା ଆତିଥ୍ୟ ଗ୍ରହଣ କରିଥାନ୍ତି । +ଲିଙ୍ଗରାଜ ମହାପ୍ରଭୁଙ୍କର ଚଳନ୍ତି ପ୍ରତିମା ଚନ୍ଦ୍ରଶେଖରଙ୍କ ସହିତ ବାସୁଦେବ ଓ ଲକ୍ଷ୍ମୀରୂପୀ ରୁକ୍ମିଣୀ ରଥଯାତ୍ରାରେ ଯାଉଥିବା ହେତୁ ରୁକ୍ମିଣୀଙ୍କ ନାମରେ ଏହି ରଥକୁ ରୁକୁଣା ରଥ କୁହାଯାଏ । +ଓଡ଼ିଶାର ଗେଜେଟିଅରର୍ସ-ପୁରୀ (୧୯୭୭ ମସିହା) ତଥ୍ୟାନୁଯାୟୀ ବସନ୍ତ ପଞ୍ଚମୀ ଦିନ ମନ୍ଦିରର ବାଉରୀ ସେବାକୁ ନୂତନ ବସ୍ତ୍ର ଦେଇ ରଥକାଠ ସଂଗ୍ରହ କରିବାକୁ ବରଣ କରାଯାଏ । +ସେମାନେ ଶିବରାତ୍ରିର ଆଠ ଦିନ ପୂର୍ବରୁ ଜଙ୍ଗଲକୁ ଯାଇ ସେଠାରେ ରଥକାଠ ଚୟନ ପୂର୍ବକ ପୂଜାର୍ଚ୍ଚନା କରି ମନ୍ଦିରକୁ ଆଣନ୍ତି ଏବଂ ଶିବରାତ୍ରି ପରେ ରଥ କାମ ଆରମ୍ଭ ହୁଏ । +ଏହି ରଥ ଚାରିଚକ ବିଶିଷ୍ଟ ହୋଇଥିବାବେଳେ ଏହାର ଉଚ୍ଚତା ୩୫ ଫୁଟ ହୋଇଥାଏ । +ରଥ ଉପରିସ୍ଥ ପତାକାରେ ଅର୍ଦ୍ଧଚନ୍ଦ୍ର ଚିହ୍ନ ଅଙ୍କିତ ହୋଇଥାଏ । +ରଥର ଚାରିପାର୍ଶ୍ବରେ ସୂର୍ଯ୍ୟ, ବରୁଣ, ଅଗ୍ନି, ଇନ୍ଦ୍ର, ଦୁର୍ଗା, ଶିବ, ଯମ ଓ କାର୍ତ୍ତିକେୟଙ୍କ ମୂର୍ତ୍ତି କାଠରେ ଖୋଦିତ ହୋଇଥାଏ । +ରଥଯାତ୍ରା ପୂର୍ବ ଦିନ ପୁରୀରୁ ନିମନ୍ତ୍ରିତ ହୋଇ ଆସିଥିବା କ୍ଷେତ୍ରବାସୀ ବ୍ରାହ୍ମଣଙ୍କ ଦ୍ବାରା ରଥ ମାର୍ଜନା ଓ ପବିତ୍ରକରଣ କରାଯିବା ପରେ ରଥ ଶୀର୍ଷରେ ପତାକା ଖଞ୍ଜାଯାଇଥାଏ । +ଏହାକୁ ନେତ ଉତ୍ସବ କୁହାଯାଏ । +ଏକାମ୍ର ପୁରାଣ ଅନୁଯାୟୀ, ଏହି ନେତ ଉତ୍ସବ ରାତିରେ କୌଣସି ବନ୍ଧ୍ୟାନାରୀ ମୁକ୍ତେଶ୍ବର ମନ୍ଦିରର ମରିଚିକୁଣ୍ଡରେ ଉଲଗ୍ନ ହୋଇ ସ୍ନାନ କଲେ ପୁତ୍ର ସନ୍ତାନ ପ୍ରାପ୍ତି ହୋଇଥାଏ । +ଅଶୋକାଷ୍ଟମୀ ଦିନ ପ୍ରାତଃ କାଳରେ ପ୍ରଥମେ ମନ୍ଦିରର ମଙ୍ଗଳ ଆଳତୀ, ସାହାଣ ମେଲା, ମହାସ୍ନାନ ଓ ଅନ୍ୟପୂଜା ଆଦି ସମାପନ ପରେ ପ୍ରଥମେ ରୁକୁଣାରଥକୁ ପୂଜା କରାଯାଏ । +ରଥର ମଝିରେ ରୁକ୍ମିଣୀ, ଡାହାଣ ପାର୍ଶ୍ବରେ ଚନ୍ଦ୍ରଶେଖର ଏବଂ ବାମ ପାର୍ଶ୍ବରେ ବାସୁଦେବ ବିରାଜମାନ ହୁଅନ୍ତି । +ଏହାପରେ ରଥଟଣା ଆରମ୍ଭ ହୋଇଥାଏ । +ରଥଟଣା ସରିବା ପରେ ରଥ ଯାଇ ମାଉସୀମା’ ଛକ ନିକଟରେ ଥିବା ରାମେଶ୍ବର ମନ୍ଦିରରେ ରହେ । +ପ୍ରଭୁ ଲିଙ୍ଗରାଜ ସେଠାରେ ପାଞ୍ଚ ଦିନ ରହି ପୁନର୍ବାର ନିଜ ମନ୍ଦିରକୁ ବାହୁଡି ଆସନ୍ତି । +ଅଶୋକାଷ୍ଟମୀ ଉତ୍ସବ ଭୁବନେଶ୍ବର ସମେତ ନିରାକାରପୁର ନିକଟସ୍ଥ ଡିଆ ଗ୍ରାମର ଅଧୀଶ୍ବର କପିଳେଶ୍ବର ଓ ପୁରୀ ଜିଲ୍ଲାର ଷୋଳଶାସନ ଅର୍ନ୍ତଗତ ରାୟ ଚକ୍ରଧରପୁରର ନୀଳକଣ୍ଠେଶ୍ବର ଦେବଙ୍କ ଉଦ୍ଦେଶ୍ୟରେ ମଧ୍ୟ ପାଳିତ ହୁଏ ।